ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୫୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୦୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧ ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୩୬୦ ଜଣ ସୁସ୍ଥ ହୋଇଥିବାବେଳେ ୪,୬୭୭ ଜଣ ଚିକିତ୍ସାଧୀନ ଅଛନ୍ତି।