ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫ ଜଣ ଚିକିତ୍ସାଧୀନ ଥିବାବେଳେ ୧୪୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

ଚିହ୍ନଟ ୭୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ଆଉ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଭଦ୍ରକରୁ ୯, ଯାଜପୁରରୁ ୧୭, ସୁନ୍ଦରଗଡ଼ରୁ ୨ ଏବଂ ଖୋର୍ଦ୍ଧାରୁ ୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

You might also like