୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୭ ହଜାର ପାର୍ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର: ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୫୫ ରହିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୧,୯୩୭ ଜଣ ସୁସ୍ଥ ହୋଇଥିବାବେଳେ ୫,୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।