ରାଜ୍ୟରେ ଗୋଟିଏ ଦିନରେ ୧୦୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୧୯ ଜଣ ଚିକିତ୍ସାଧୀନ ଥିବାବେଳେ ୧୧୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

ଚିହ୍ନଟ ୧୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ଆଉ ୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୩୩, ଯାଜପୁରରୁ ୭, ସୁନ୍ଦରଗଡ଼ରୁ ୭ ଏବଂ କେନ୍ଦୁଝରରୁ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯ଜଣ ଚିକିତ୍ସାଧୀନ ଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୯୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭୯ଜଣ ଚିକିତ୍ସାଧୀନ ଥିବାବେଳେ ୧୧ଜଣ ସୁସ୍ଥ ହୋଇଛନ୍ତି। ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି। ୩୩ଜଣ ସୁସ୍ଥ ହୋଇଥିବାବେଳେ ୩୮ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ୧୦ଜଣ ସୁସ୍ଥ ହୋଇଥିବାବେଳେ ୧୩ଜଣ ଚିକିତ୍ସାଧୀନ ଅଛନ୍ତି। କେନ୍ଦୁଝରରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like