ଓଡ଼ିଶାରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩୦୪ କରୋନା ଆକ୍ରାନ୍ତ, ୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୩୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ନୂଆ ୩୦୪ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ଜଣ, ମାଲକାନଗିରିରୁ ୨ଜଣ, କଟକରୁ ୧୩ଜଣ, ନୟାଗଡ଼ରୁ ୩ଜଣ, ଜଗତସିଂହପୁରରୁ ୨୯ଜଣ, ଝାରସୁଗୁଡ଼ାରୁ ୨୫ଜଣ, ବାଲେଶ୍ୱରରୁ ୧୭ଜଣ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ଜଣେ ଲେଖାଏ, ସୋନପୁର ୪ଜଣ, କନ୍ଧମାଳରୁ ୧୨ଜଣ, ଭଦ୍ରକରୁ ୧୧ଜଣ, ବରଗଡ଼ରୁ ୧୪ଜଣ, ଯାଜପୁରରୁ ୨୧ଜଣ, ଗଞ୍ଜାମରୁ ୪୦ଜଣ, ଗଜପତିରୁ ୪୭ଜଣ, ପୁରୀରୁ ୩ଜଣ, ସମ୍ବଲପୁରରୁ ୨ଜଣ, ମୟୂରଭଞ୍ଜରୁ ୬ଜଣ ଓ କେନ୍ଦ୍ରାପଡ଼ାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ପଶ୍ଚିମବଙ୍ଗରୁ ଅମ୍ପନ୍ ମୁକାବିଲା କରି ଫେରିଥିବା ଏନ୍ଡିଆର୍ଏଫ୍ ଓ ଅଗ୍ନିଶମ ବାହିନୀର ଆଉ ୪୨ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୦୭ଜଣ ଚିକିତ୍ସାଧୀନ ଥିବାବେଳେ ୩,୫୩୪ଜଣ ସୁସ୍ଥ ହୋଇଛନ୍ତି। ୧୪ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।