ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। 

ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ ବାଲେଶ୍ୱରର ବୋଲି ସୂଚନା ମିଳିଛି। ଫଳରେ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି।

ରାଜ୍ୟରେ ଏଯାବତ୍‌ ୩୪ ହଜାର ୧୩୩ RT PCR ଟେଷ୍ଟ ହୋଇ ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୧ ଜଣ ସୁସ୍ଥ ହୋଇ ଥିବାବେଳେ୧୦୧ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

You might also like