ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ପୁରୁଷ। ସମ୍ପୃକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୦୩ଜଣ ଚିକିତ୍ସାଧୀନ ଥିବାବେଳେ ୪,୪୨୨ଜଣ ସୁସ୍ଥ ହୋଇଛନ୍ତି। ୧୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

ଟିଣ କେନ୍ ଭିତରେ ଫଶି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

ଦୀପ୍ତିଜ୍ୟୋତି, ଆଦ୍ୟାଶା ପିନ୍ଧିଲେ ରଜ ରାଜକୁମାରୀ ମୁକୁଟ

ପଣ୍ୟ କାରବାରରେ ୧ ନମ୍ବର ପାରାଦୀପ ବନ୍ଦର

ଭୁବନେଶ୍ୱରରୁ ୪୫ କରୋନା ଆକ୍ରାନ୍ତ ଚିହ୍ନଟ; ୩୧ ସୁସ୍ଥ

‘ହୀରାକୁଦ୍ ଡ୍ୟାମ୍ ପାଣି ପରିଚାଳନା ଭଳି ହେଉଛି କରୋନା ମ୍ୟାନେଜ୍‌ମେଣ୍ଟ’

ଏ ବର୍ଷ ବୋଲବମ୍‌ ଯାତ୍ରା ବନ୍ଦ

କଟକ ସହର ସଟ୍‌ଡାଉନ୍‌

କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ

You might also like