ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟି ସାରିଲାଣି।

ଅନ୍ୟପକ୍ଷରେ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ୨,୮୫୬ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

You might also like