ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ, ଏବେ କରୋନାରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଖବର ସାମ୍ନାକୁ ଆସିଛି।

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ମୃତ ବ୍ୟକ୍ତି ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା।

ପୂର୍ବରୁ କରୋନାରେ ଜଣଙ୍କର ମୃତ୍ୟୁ ହୋଇଥିଲା। ସେ ଖୋର୍ଦ୍ଧା ଜିଲ୍ଲାର ଥିଳେ। ତେବେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି।

ସୂଚନାଥାଉ କି, ରାଜ୍ୟରେ ମୋଟ୍ କରୋନା‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୧୫ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

You might also like