ରାଜ୍ୟରେ ଆଉ ୨୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଅଛନ୍ତି।

ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଚିକିତ୍ସାଧୀନ ଥିବାବେଳେ୨ ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ୧୨ଜଣ ସୁସ୍ଥ ହୋଇଥିବାବେଳେ ୧୧ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।

You might also like