ରାଜ୍ୟରେ ୪୪ ନମ୍ବର କରୋନା କେସ୍‌ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ପଟେ ୫ କରୋନା ରୋଗୀ ସୁସ୍ଥ ହେବା ଭଳି ଖୁସି ଖବର ଆସିଥିବା ବେଳେ ଏପଟେ ଏକ ଦୁଃଖ ଖବର ଆସି ପହଞ୍ଚିଛି। ଓଡ଼ିଶାରେ ୪୪ ନମ୍ବର କରୋନା କ୍ୟାସ୍‌ ରୋଗୀଙ୍କର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁ ପରେ ତାଙ୍କର କରୋନା ଟେଷ୍ଟ ନେଗେଟିଭ୍‌ ଆସିଛି। ତାଙ୍କର କରୋନାରେ ମୃତ୍ୟୁ ହୋଇନଥିବା ସ୍ପଷ୍ଟ ହୋଇଛି।

ମୃତ ରୋଗୀଙ୍କର ବୟସ ୭୦ ଏବଂ ସେ  ୪୪ ନମ୍ବର କରୋନା ରୋଗୀ ଥିଲେ। ଏହି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ମୃତକ ଜଣକ ପଶ୍ଚିମବଙ୍ଗ ମେଦିନାପୁରରୁ ଆସି ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ।

ଗତ  ଏପ୍ରିଏ ୭ ତାରିଖରେ ସେ ମେଦିନାପୁରରରୁ ବାହାରି ୮ ତାରିଖ ସକାଳେ ଆପୋଲୋ ହସ୍‌ପିଟାଲରେ ଭର୍ତ୍ତି ହୋଇଥିଲେ। ସେହିଦିନ ତାଙ୍କର ସ୍ୱାବ୍ ଟେଷ୍ଟ କରାଯାଇଥିଲା। ୯ ତାରିଖରେ ରିପୋର୍ଟରେ କରୋନା ପଜିଟିଭ ଆସିଥିଲା। ପରେ ତାଙ୍କୁ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ମୃତ୍ୟୁ ଘଟିଛି।

 

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like