ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍‌ରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଭିଡିଓ କନଫରେନ୍ସିଂରେ ଏହି ବୈଠକ ହୋଇଥିଲା।

ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଫଳରେ ସଂଶୋଧିତ ବ୍ୟବସ୍ଥା ଅନୁସାରେ ପଞ୍ଜୀକୃତ ଟିକସଦାତା ଉପକୃତ ହେବେ। ସେହିପରି ସୁବର୍ଣ୍ଣରେଖା ନଦୀରେ Highlevel ବ୍ରିଜ୍ ନିର୍ମାଣ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି।

ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ହଳଦୀପଡାଠାରୁ ଭାୟା ବାଲିଆପାଳ, ପନ୍ତେଇ ଓ ଜଳେଶ୍ୱର ଦେଇ ପଶ୍ଚିମବଙ୍ଗ ସୀମାରେ ସୁବର୍ଣ୍ଣରେଖା ନଦୀ ଉପରେ ଏକ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଫଳରେ ବାଲିଆପାଳ ବ୍ଲକର ଜାମକୁଣ୍ଡରୁ ଭୋଗରାଇ ଅଡଙ୍ଗପନ୍ତେଇକୁ ଗମନାଗମନରେ ସୁବିଧା ହେବ। ୧୩୮କୋଟି ଟଙ୍କା ବ୍ୟୟ ବରାଦରେ ୩୦ ମାସ ମଧ୍ୟରେ ଏହି କାର୍ଯ୍ୟ ସରିବ।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

You might also like