ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବଜେଟକୁ ମୋହର ମିଳିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଭିନ୍ନ କ୍ଷେତ୍ର ଲାଗି ୨୫ଟି ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି ।

ସୂଚନା ଥାଉ କି, ଆସନ୍ତା ୧୮ରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଅଧିବେଶନର ପ୍ରଥମ ଦିନରେ ଗୁରୁବାର ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣ ରହିବ। ଏହାସହ ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆସିବ। ପରଦିନ ୧୯ ଓ ୨୦ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା କରାଯିବ।

ଫେବ୍ରୁଆରୀ ୨୧ରେ ଗୃହକାର୍ଯ୍ୟ ବନ୍ଦ ରହିବ । ତେବେ ୨୨ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ କରାଯିବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ପାଇଁ ବଜେଟ୍ ଉପସ୍ଥାପନ କରିବେ । ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ।

You might also like