ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ବହୁ ରାଜନେତା ମଧ୍ୟ ମହାମାରୀ କରୋନାରେ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସିଛି।

କିଛିଦିନ ତଳେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଓଡ଼ିଶାର ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଛି।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏବେ ସେ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି। କିଛି ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, କରୋନା ଟେଷ୍ଟ କରାଇ ନେବାକୁ ସେମାନଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ।

ସୂଚନାଥାଉ କି, ଏହାପୂର୍ବରୁ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୁଶାନ୍ତ ସିଂ, ଅରୁଣ କୁମାର ସାହୁ ଓ ପଦ୍ମିନୀ ଦିଆନ୍‌ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା।

You might also like