ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି।

କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।

ରାଜ୍ୟରେ ୨୧ଟି ଜିଲ୍ଲାରୁ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

You might also like