ବିଜେପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ବରଗଡ଼ ଲୋକସଭା ଆସନ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି।

ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା  ଦିନ ୧୧ଟାରୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩୦ ଯାଏ ପ୍ରାର୍ଥିପତ୍ର ଦାଖଲ ହେବ। ଏହାପରେ ଅକ୍ଟୋବର ୧ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୩ ତାରିଖ ରହିଛି। ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ୨୪ରେ ଭୋଟ୍ ଗଣତି ହେବ।

ଆହୁରି ପଢ଼ନ୍ତୁ

You might also like