ବାତ୍ୟା ଆଶ୍ରୟସ୍ଥଳରେ ବୃଦ୍ଧାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ: ସାମୁଦ୍ରିକ ଝଡ଼ ‘ଫୋନି’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆଉ କିଛି ସମୟ ପରେ ଏହା ପୁରୀ ପାଖାପାଖି କୌଣସି ସ୍ଥାନରେ ଲ୍ୟାଣ୍ଡଫଲ୍ କରିବ। ତେବେ ୟା ଭିତରେ କେନ୍ଦ୍ରାପଡ଼ା ଜିଲ୍ଲାର ଏକ ବାତ୍ୟା ଆଶ୍ରୟସ୍ଥଳରୁ ଏକ ଦୁଃଖଦ ଖବର ଆସିଛି। ଏଠାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜଣାପଡ଼ିନି।

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍‌ର ଦେବେନ୍ଦ୍ର ନାରାୟଣପୁରସ୍ଥିତ ବାତ୍ୟା ଆଶ୍ରୟସ୍ଥଳରେ ଏହି ଘଟଣା ଘଟିଛି ।

ସୂଚନା ଅନୁସାରେ, ଗତକାଲି ବୃଦ୍ଧା ଜଣଙ୍କ ଆଶ୍ରୟସ୍ଥଳୀକୁ ଆସିଥିଲେ। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନି।

You might also like