ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେଲେ । ଗତକାଲି ପରୀକ୍ଷା କରାଯାଇଥିବା ନମୁନା ମଧ୍ୟରୁ ଜଣଙ୍କଠାରେ କରୋନା ପଜିଟିଭ୍ ଆସିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଲା ।
ତେବେ ଆକ୍ରାନ୍ତ ଜଣକ କେଉଁଠାର ତାହା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।
ତେବେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପ୍ରାଣ ହରାଇଥିବାବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି । ଏଣୁ ରାଜ୍ୟରେ ଏବେ ୩୭ ଜଣ କରୋନରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ରହିଛନ୍ତି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ରାଜ୍ୟରେ ମୋଟ୍ ୪ ହଜାର ୭୩୪ଟି ସାମ୍ପଲ ଟେଷ୍ଟ ହୋଇଥିବାବେଳେ ୪୬୭୮ଟି ସାମ୍ପଲ ନେଗେଟିଭ୍ ଆସିଛି।