ଫ୍ଲାଇଂ ସ୍କ୍ୱାଡ୍‌ ଉପରେ ଆକ୍ରମଣ ଘଟଣାରେ ଜଣେ ଅଭିଯୁକ୍ତ ଅଟକ

ପୁରୀ: ପୁରୀ ଜିଲ୍ଲା ପିପିଲିରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାଡ୍‌ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ୍‌ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଏହାସହ ମାଜିଷ୍ଟ୍ରେଟ୍‌ ଓ ଅନ୍ୟ ଆହତଙ୍କ ବୟାନ ଆଧାରରେ ପିପିଲି ଥାନାରେ ମାମଲା ରୁଜୁ ହୋଇଛି।

ତେବେ ଏହି ଘଟଣାରେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାରେ ପୁଲିସ୍‌ ସକ୍ଷମ ହୋଇନାହିଁ।

ସୂଚନା ଅନୁସାରେ, ଗତକାଲି ରାତିରେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ହୁଙ୍କେଇପୁର ସ୍ଥିତ ଫାର୍ମ ହାଉସ୍‌ରେ ମଦ ଓ ଟଙ୍କା ବଣ୍ଟା ଯାଉଥିବା ଖବର ପାଇ ମାଜିଷ୍ଟ୍ରେଟ୍ ରବି ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍ ସେଠାକୁ ଚଢାଉ କରିବାକୁ ଯାଇଥିଲା। ସେହି ସମୟରେ ନିଜେ ପ୍ରଦୀପ ମହାରଥୀ, ଫାର୍ମ ହାଉସ୍ ଭିତରେ ପଶି ଟିମ୍ ସଦସ୍ୟମାନଙ୍କୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିବା ରବି ନାରାୟଣ ଅଭିଯୋଗ କରିଛନ୍ତି।

ଏଥିରେ ସେ ନିଜେ ଆହତ ହେବା ସହ ଏଏସ୍‌ଆଇ ବିନୟ କୁମାର ଦାସ ଓ ତାଙ୍କ ଡ୍ରାଇଭର ଦୀପକ ଆହତ ହୋଇଥିବା ରବି ନାରାୟଣ କହିଛନ୍ତି। ସେହିପରି ଫ୍ଲାଇଂ ସ୍କ୍ୱାଡ୍‌ କ୍ୟାମେରାମ୍ୟାନ୍‌ଙ୍କୁ ମଧ୍ୟ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ କ୍ୟାମେରା ଭାଙ୍ଗିଦେଇଥିବା ସୂଚନା ମିଳିଛି।

ଆହତ ମାଜିଷ୍ଟ୍ରେଟ୍‌ଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ପୁରୀ ଏସ୍‌ପି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମାଜିଷ୍ଟ୍ରେଟ୍ ଓ ପୁଲିସ୍‌ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ଚାଲିଥିବା ଏସ୍‌ପି କହିଛନ୍ତି।

ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ପୁରୀ ଜିଲ୍ଲାପାଳ କହିଛନ୍ତି।

ତେବେ ଏ ସଂପର୍କରେ ମହାରଥୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like