କଟକ: କଟକରେ କମିଶନରେଟ୍ ପୁଲିସ୍ର ଜଣେ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା ଦେଇଛନ୍ତି। କନଷ୍ଟେବଲ ଜଣକ କୋରନା ପଜିଟିଭ୍ ଚିହ୍ନଟ ପରେ ଚିନ୍ତା ବଢ଼ିଛି। ଆଜି ୫୮ ଜଣ ପୁଲିସ୍ କର୍ମଚାରୀଙ୍କର ସ୍ୱାବ୍ ଟେଷ୍ଟ କରାଯିବ। ଏ ନେଇ ଡିସିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ସେହିପରି SCBରୁ ମଧ୍ୟ ଆଉ ୫ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।
ଅନ୍ୟପକ୍ଷେ, ଚୌଦ୍ୱାର ଜେଲ୍ରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ କଏଦୀ ଏବଂ ୩ ଜଣ ବିଚାରାଧୀନ କଏଦୀ କରୋନା ଆକ୍ରାନ୍ତ ହୋଇଥିବା ଚୌଦ୍ୱାର ଜେଲ୍ ଅଧିକ୍ଷକ ଶୁଭକାନ୍ତ ମିଶ୍ର ସୂଚନା ଦେଇଛନ୍ତି।