ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହୋଇଥିବା ବ୍ୟକ୍ତି ଭୁବନେଶ୍ୱରର ବୋଲି ସୂଚନା ମିଳିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି  ସୂଚନା ଦେଇଛି। ଏଥି ସହିତ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି  କେବଳ ଭୁବନେଶ୍ୱରରୁ ସୁସ୍ଥ  ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି।

ସେପଟେ ଦୁଇ ସପ୍ତାହ ପରେ ପୁଣି ଭୁବନେଶ୍ୱରରୁ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।  ସେ ଭୁବନେଶ୍ୱର ମଧୁସୂଦନନଗର ଅଂଚଳର ବୋଲି ସୂଚନା ଦେଇଥିଲା ସ୍ୱାସ୍ଥ୍ୟ ବିଭାଗ। ସେ ୪୧ ନମ୍ବର ଆକ୍ରାନ୍ତଙ୍କ ସମ୍ପର୍କୀୟ ବୋଲି ଜଣାପଡ଼ିଛି।

 

ଆହୁରି ପଢ଼ନ୍ତୁ

You might also like