• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ବାଲେଶ୍ୱର: କଣ୍ଟାବଣିଆ ଗାଁରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁଳିମାଡ଼ରେ ବିରଞ୍ଚି ଦାସ ନାମକ ଯୁବକ ଆହତ ହୋଇ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପିଠିରେ ଗୁଳି ବାଜିଥିବା ଜଣାପଡ଼ିଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଯୁବକ ଜଣକ ବାଇକ୍ ଯୋଗେ ଘରକୁ ଫେରୁଥିବାବେଳେ ଦୁଇ ଦୁର୍ବୃତ୍ତ ତାଙ୍କୁ ବାଇକ୍‌ରେ ପିଛା କରି ଗୁଳିମାଡ଼ କରିଥିଲେ। ଗୁଳିଟି ତାଙ୍କ ପିଠିରେ ବାଜିଥିବାବେଳେ ସେ ଗାଡ଼ି ଚଳାଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚାଲି ଆସିଥିଲେ। ବର୍ତ୍ତମାନ ଆହତ ଯୁବକଙ୍କ ଅବସ୍ଥା ସ୍ଥିର ରହିଛି। ଖବର ପାଇ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ପୁଲିସ୍।

One-hurt-in-firing-in-balasore
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories