ଓଲଟିଲା ମିନିବସ୍‌, ଜଣେ ମୃତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଞ୍ଚଳରେ ଏକ ମିନି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ରାତିରେ ‘ଦର୍ପ’ ନାମକ ଏହି ମିନି ବସ୍‌ ଓଲଟି ପଡ଼ିବାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ଜଣ ଆହତ ହୋଇଛନ୍ତି। ମୃତକଙ୍କ ନାଁ ଗୋବର୍ଦ୍ଧନ ଜେନା। ‌

ଆହତଙ୍କ ମଧ୍ୟରୁ କିଛି କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଗତକାଲି ରାତିରେ ଏକ ଭୋଜି ପାଇଁ ଭଡ଼ାରେ ବୋରି ଗ୍ରାମକୁ ଆସିଥିଲା। ସେଠାରୁ ତନରଡ଼ା ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ।

You might also like