ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ପୁଇଁତଳା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି।

ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାବେଳେ ଅନ୍ୟ ୫ ଜଣଙ୍କୁ ଭୀମ ଭୋଇ ମେଡିକାଲ୍‌ କଲେଜ ଏବଂ ହସ୍ପିଟାଲ୍‌ରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।

ଆଜି ଭୋର ପ୍ରାୟ ୪ଟାରେ ଭୁବନେଶ୍ୱରରୁ ବଲାଙ୍ଗିରକୁ ଅଭିମୁଖେ ଆସୁଥିବା ଶ୍ରୀରାମ ନାମକ ଏକ ଘରୋଇ ବସ୍‌ ପୁଇଁତଳା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ସେତେବେଳେ ବସ୍‌ ଭିତରେ ୧୦ ଜଣ ଯାତ୍ରୀ ଥିଲେ।

ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

You might also like