ଭାଲୁ ଆକ୍ରମଣରେ ଜଣେ ମୃତ, ୨ ଗୁରୁତର

ଅନୁଗୁଳ: ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଅନୁଗୁଳ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ ଏହି ଘଟଣା ଘଟିଛି।

ସୁଚନା ଅନୁସାରେ, ଆଜି ସକାଳେ ଭୋଇପଡ଼ା ନିକଟବର୍ତ୍ତୀ ଗାଁର କିଛି ଲୋକ ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ବେଳେ ଭାଲୁ ସେମାନଙ୍କୁ ଆକ୍ରମଣ କରିଥିଲା। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ।

ମୃତକ ଜଣଙ୍କ ହେଲେ ଗିରିଶ ମେହେର। ଗୁରୁତର ପ୍ରକାଶ ମହାକୁଡ଼ ଓ ସୁଦାମ ଜାଲଙ୍କୁ ବୌଦ୍ଧ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ପୁଲିସ୍ ଓ ବନ ବିଭାଗ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ସ୍ଥାନୀୟ ବାସିନ୍ଦା ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି।

 

You might also like