ରାଜଧାନୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଭୁବନେଶ୍ୱର ବମିଖାଲ ଅଞ୍ଚଳର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖା ୫୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୍ ମୁଖପାତ୍ର ସୁବ୍ରତ ବାଗଚୀ। ଆକ୍ରାନ୍ତଙ୍କ ବୟସ ବୟସ ୩୫ ବର୍ଷ ହେବ। ସେ ବମିଖାଲର ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି। ଏହାସହ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି।

ସେ ୨୨ ମାର୍ଚ୍ଚରୁ ୧୨ ଏପ୍ରିଲ୍‌ ଯାଏ ବମିଖାଲ୍‌ର ଜୟଦୁର୍ଗା ନଗର ସ୍ଥିତ ବେବିଲୋନ୍‌ ଆପାର୍ଟମେଣ୍ଟ ସ୍ଥିତ ନିଜ ଘରେ ରହିଥିଲେ। ତାଙ୍କଠାରେ କୌଣସି ଲକ୍ଷଣ ଦେଖାଯାଇନଥିଲେ ମଧ୍ୟ ସନ୍ଦେହରେ ସ୍ୱାସ୍ଥ୍ୟ ବିଭାଗ ରକ୍ତ ଓ ସ୍ୱାବ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଥିଲା। ଆଜି ଅର୍ଥାତ ୧୩ ତାରିଖରେ ତାଙ୍କର ପଜିଟିଭ୍‌ ଆସିଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ତାଙ୍କୁ କିମ୍‌ସ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ପ୍ରଥମେ ବମିଖାଲ୍‌ ଅଞ୍ଚଳରେ ଗୋଟିଏ ପରିବାରରେ ୩ ଭାଇ ‘କରୋନା’ରେ ଆକ୍ରାନ୍ତ ହୋଇଥିଲେ। ତାଙ୍କ ସଂସ୍ପର୍ଶରେ ଆସି ଅନ୍ୟ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏ ସମ୍ପର୍କରେ ଜଣାପଡ଼ିବା ପରେ ଭୁବନେଶ୍ୱର ମହାନଗର ନଗର(ବିଏମ୍‌ସି) ବମିଖାଲ୍‌ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରିଥିଲେ। ଏପରିକି ସମ୍ପୃକ୍ତ ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଥିଲେ।

ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଆଜି ୩୫ ବର୍ଷ ଯୁବକ କରୋନାରେ ଆକ୍ରାନ୍ତ ପରେ ଭୁବନେଶ୍ୱରେ ସଂଖ୍ୟା ୪୨ରେ ପହଞ୍ଚି। ଆଉ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ରେ ପହଞ୍ଚି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଚିକିତ୍ସିତି ହୋଇ ଘରକୁ ଫେରିଛନ୍ତି।

 

You might also like