ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତାଙ୍କ ଘର ସୁନ୍ଦରଗଡ଼ରେ ଓ ତାଙ୍କୁ ଖୁବ ଶୀଘ୍ର ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇ ସୂଚନା ଦିଆଯାଇଛି।

ସୁଚନାଥାଉ କି, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚି ଥିବାବେଳେ ପୂର୍ବରୁ ସେମାନଙ୍କ ମଧ୍ୟରୁ ୧୮ଜଣ ସୁସ୍ଥ ହୋଇଥିଲେ। ଆଜି ଆଉ ଜଣେ ସୁସ୍ଥ ହେବାପରେ ଏହି ସଂଖ୍ୟା ୧୯ରେ ପହଞ୍ଚିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି।


ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗତକାଲି  ୧୧୯୭ଟି ସାମ୍ପଲ ପରୀକ୍ଷା କରାଯାଇଥିଲା। ତେବେ କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହିଁ।ଓଡ଼ିଶାରେ ଆଜିଯାଏ ଗୋଟିଏ ଦିନରେ ଏହା ହେଉଛି ସର୍ବାଧିକ ନମୁନା ପରୀକ୍ଷା।

ଏହାସହ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି, ବାସ୍ତବରେ ଆଜିର ଦିନ ଏକ ବଡ଼ ଦିନ।

You might also like