ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସା ପରେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି।

ରାଜ୍ୟରେ ଏଯାବତ୍‌ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୬୨ ଜଣ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ରେଡ୍‌ ଜୋନ୍‌ରେ ଗଞ୍ଜାମ

You might also like