ଗଞ୍ଜାମରେ କାୟା ବିସ୍ତାର କରି ଚାଲିଛି କରୋନା, ଆଖି ବୁଜିଲେ ଆଉ ଜଣେ କରୋନା ଯୋଦ୍ଧା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଛି। କିଛି ଦିନ ଧରି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହା ଏବେ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୯୦୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨,୩୪୭ ଆକ୍ଟିଭ୍‌ କେସ୍‌ ଥିବାବେଳେ ୪,୪୮୩ଜଣ ସୁସ୍ଥ ହୋଇଛନ୍ତି। ୬୭ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କରୋନା ଯୋଦ୍ଧା ମଧ୍ୟ ଅଛନ୍ତି।

ଏଭଳି ସ୍ଥିତିରେ ଗଞ୍ଜାମ ଜିଲ୍ଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି। ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ର ଆସିଷ୍ଟାଣ୍ଟ ଇଞ୍ଜିନିୟର କୈଳାସ ଚନ୍ଦ୍ର ନାୟକଙ୍କ ମୃତ୍ୟୁ ଘଟିଛି। ଏ ନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ବ୍ରହ୍ମପୁର ମହାନଗର ନିଗମ କମିଶନର।

କୈଳାସ ଚନ୍ଦ୍ରଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଭୁବନେଶ୍ୱର କିମ୍ସ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଜଣେ ଭଲ ମଣିଷ ଥିଲେ। କରୋନା ଯୁଦ୍ଧରେ ତାଙ୍କର ବଳିଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ବିଏମ୍‌ସି କମିଶନର ଟ୍ୱିଟ୍‌ କରି କହିଛନ୍ତି।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like