ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌, ୩୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁର: କିଛି ସମୟ ପୂର୍ବରୁ ଯାଜପୁରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ଜଣେ ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ଖବର ସାମ୍ନାକୁ ଆସିଛି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ କୋଲକାତାରୁ ଫେରିଥିଲେ।

ଯାଜପୁରରୁ ଏହି  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଛୁଇଁଛି।

ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧିପାଇଛି।  ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ  ସୂଚନା ଦିଆଯାଇଛି।

You might also like