ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ତାଙ୍କ ଘର ଯାଜପୁର ଜିଲ୍ଲାରେ ବୋଲି ଜଣାପଡ଼ିଛି। ସେ ଜଣେ ୫୮ ବର୍ଷୀୟ ପୁରୁଷ ଓ ତାଙ୍କର କୋଲକାତା ଲିଙ୍କ୍‌ ରହିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ଭିବାଗ ପକ୍ଷରୁ ସୁଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ଏବେ ସୁଦ୍ଧା, ଆଜି ଗୋଟିଏ ଦିନରେ ୭ ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି।

ବାଲେଶ୍ୱରରେ ୩ ଜଣଙ୍କ ସହ କଟକ, ରାଉରକେଲା ଓ ଗଞ୍ଜାମରୁ ଜଣେ ଲେଖାଏ ପଜିଟିଭ୍ ଠାବ ବାହାରିଛନ୍ତି। ବାଲେଶ୍ୱରରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣଙ୍କ ସମ୍ପର୍କରେ ସୂଚନା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଛି। ସେମାନଙ୍କ ମଧ୍ୟରେ ଅଛନ୍ତି  ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ। ଉଭୟ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ମିଳିଛି। ଆଜିର ୩ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪ରେ ପହଞ୍ଚିଛି।

ସେହିଭଳି କଟକ ତିଗିରିଆ ଅଂଚଳରୁ ଚିହ୍ନଟ ହୋଇଥିବା ପଜିଟିଭ୍ ହେଉଛନ୍ତି ୩୪ ବର୍ଷର ଯୁବକ। ନିକଟରେ ସେ ସୁରତରୁ ଫେରିଥିଲେ। ସେପଟେ ରାଉରକେଲାରୁ ଆଜି ଆଉ ଜଣେ ୪୯ ବର୍ଷର ପୁରୁଷ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ କୋଲକତା ଫେରନ୍ତା ବୋଲି ସୂଚନା ମିଳିଛି। ତାଙ୍କର କଣ୍ଟା ଟ୍ରେସିଂ ଚାଲିଛି।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like