• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଚାକିରିଆଙ୍କ ସୁବିଧା ପାଇଁ ଆଜିଠୁ ଗଡ଼ିଲା କଟକ-ଭୁବନେଶ୍ୱର ମଧ୍ୟରେ OSRTCର ଗୋଟିଏ ବସ୍।

ବସ୍‌ଟି ଆଜି ସିଡିଏ ସେକ୍ଟର-୯ ଛକରୁ ବାହାରି ସତୀଚୌରା, ବାଦାମବାଡ଼ି ଦେଇ ଯାତ୍ରା କରିଛି। ଏହି ବସ୍‌ଟି ଆଚାର୍ଯ୍ୟ ବିହାର, ଏଜି ଛକ ଦେଇ ୯ ତାଲାରେ ଲାଗିବ।

ବସ୍‌କୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରାଯାଇଥିବା ବେଳେ ବସ୍‌ରେ ବସିଥିବା ସମସ୍ତ ଯାତ୍ରୀ ମାସ୍କ ପିନ୍ଧିଛନ୍ତି।

ବସ୍‌ଟି ଅଫିସ୍‌ ଟାଇମ୍‌ରେ ଯା’ଆସ କରିବ ଓ ଭଡ଼ା ୩୦ଟଙ୍କା ରଖାଯାଇଛି। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗତକାଲି ସୂଚନା ଦେଇଥିଲେ।

ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ବସ୍‌ ଚଳାଚଳ ବନ୍ଦ ରହିଥିବା ବେଳେ ଆଜି OSRTCର ଗୋଟିଏ ବସ୍ କଟକ-ଭୁବନେଶ୍ୱର ମଧ୍ୟରେ ଚଳାଚଳ କରିଛି।

ଅନ୍ୟପକ୍ଷରେ, ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍ ନେଇ ଗତକାଲି ଦେଶବାସୀଙ୍କୁ ସମ୍ବୋଧନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କିଛି ସଙ୍କେତ ଦେଇଛନ୍ତି। କିନ୍ତୁ ଏଥର ଲକଡାଉନ୍‌ ନୂଆ ରୂପରେ ଆସିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ମେ’ ୧୭ରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରିବ।

ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ଦୁଇ ଗୁଣା ହେବ ବସ୍‌ ଭଡ଼ା

One-osrtc-bus-rolled-from-cuttack-to-bhubaneswar
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories