ଭଦ୍ରକରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭଦ୍ରକରୁ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ୩୩ ବର୍ଷର ଯୁବକ ଓ ସୁରତରୁ ଫେରିଥିଲେ ବୋଲି ସୂଚନା ଓ ଲକୋ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି।

ତେବେ ଆଜି ସକାଳେ ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଥଇଲେ। ଏହାକୁ ମିଶାଇ ଭଦ୍ରକ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ରେ ପହଞ୍ଚିଛି

You might also like