ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦେଇପାରିଲାନି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦେଇ ପାରିଲାନି କ୍ରାଇମ୍‌ବ୍ରାଞ୍ଚ। ଷ୍ଟାଟସ୍‌ ରିପୋର୍ଟ ଦେଇନପାରିବାରୁ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ୧୧ ତାରିଖ ସୁଦ୍ଧା ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତା ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପରିବାର।

ଜୁଲାଇ‌ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସସ୍‌ପେନ୍ସ ଜାରି ରହିଛି।

You might also like