‘ଫୋନି’କୁ ଦୃଷ୍ଟିରେ ରଖି ପ୍ରସ୍ତୁତି ; ପବନର ବେଗ ୫୦ ଛୁଇଁଲେ ବିଜୁଳି କଟିବ

ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ଫୋନିକୁ ଦୃଷ୍ଟିରେ ରଖି ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଫୋନି ପ୍ରଭାବରେ ୧୭୦ରୁ ୧୮୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିଯୋଗୁ ବିଜୁଳି ଖୁଣ୍ଟ ଉପୁଡ଼ିବା ଏବଂ ତାର ଛିଡ଼ିବାର ସମ୍ଭାବନା ରହିଛି। ତେଣୁ ବିପଦ ଆଶଙ୍କାରେ ପବନର ବେଗ ୫୦ ଛୁଇଁବା କ୍ଷଣି ଶକ୍ତି ବିଭାଗ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ବିଜୁଳି ସଂଯୋଗ ବିଚ୍ଛିନ୍ନ କରାଯିବ।

ଆଜି ଶକ୍ତି ବିଭାଗ ପକ୍ଷରୁ ଏନେଇ ସମୀକ୍ଷା ହୋଇଥିଲା। ଏହାପରେ ଶକ୍ତି ସଚିବ ହେମନ୍ତ ଶର୍ମା କହିଛନ୍ତି,“ ଫୋନି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହେବାର ଆଶଙ୍କା ରହିଛି। ତେଣୁ ଶକ୍ତି ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଫୋନି ପ୍ରଭାବରେ ଯେଉଁ ଅଞ୍ଚଳରେ ପବନ ବେଗ ଘଣ୍ଟାପ୍ରତି ୫୦ କି.ମି ଛୁଇଁବ, ତୁରନ୍ତ ସେହି ଅଞ୍ଚଳରେ ଲାଇନ୍‌ କାଟି ଦିଆଯିବ। ବାତ୍ୟା ପରେ ବିଜୁଳି ଖୁଣ୍ଟ ଏବଂ ତାରକୁ ତନ୍ନତନ୍ନ କରି ଯାଞ୍ଚ କରିବା ପରେ ଯାଇ ବିଜୁଳି ସଂଯୋଗ କରାଯିବ।”

ବିଦ୍ୟୁତ ଯୋଗାଣ ବନ୍ଦ ହେବା ସହିତ ମୋବାଇଲ ଓ ଇଣ୍ଟରନେଟ ସେବା ମଧ୍ୟ ଠପ୍‌ ହେବାର ଯଥେଷ୍ଟ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

ବାପାଙ୍କ ସହ ମିଶି ଅଷ୍ଟମ ଶ୍ରେଣୀର ଛାତ୍ର କଲା ନିଆରା ଉଦ୍ଭାବନ

You might also like