ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ
ଜୟପୁର(ଟି.ଗୌରୀଶଙ୍କର): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ତାଙ୍କୁ କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।
ଗତ ମାସେ ଧରି ଅସୁସ୍ଥ ହେବା ପରେ ତାଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗତକାଲି ଅଧିକ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। କମଳା ପୂଜାରୀଙ୍କ ରକ୍ତ ଚାପ ବଢିବା ସହିତ କିଡ୍ନୀ ସମସ୍ୟା ରହିଛି।
ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ କିସମର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ। କୃଷି କ୍ଷେତ୍ରରେ ଏହି ସଫଳତା ପାଇଁ ତାଙ୍କୁ ୨୦୧୯ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏଥିସହିତ କମଳା ପୂଜାରୀଙ୍କୁ ରାଜ୍ୟ ସରକାର ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ନିଯୁକ୍ତ କରିଥିଲେ।