ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ। ରକ୍ତଚାପ ବୃଦ୍ଧି ଯୋଗୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଭର୍ତ୍ତି ହୋଇଛନ୍ତି। ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମେଡିକାଲ ସୂତ୍ରରୁ ସୂଚନା ମିଳିଛି। ଦୀର୍ଘ ଦିନ ହେଲା ତାଙ୍କର ବାର୍ଦ୍ଧକ୍ୟଜନିତ ରୋଗ ସହ ରକ୍ତଚାପ ସମସ୍ୟା ରହିଥିଲା।

ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ କିସମର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ। କୃଷି କ୍ଷେତ୍ରରେ ଏହି ସଫଳତା ପାଇଁ ତାଙ୍କୁ ୨୦୧୯ରେ ରାଷ୍ଟ୍ରପତିଙ୍କ ହାତରୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

ଏଥିସହିତ କମଳାଙ୍କୁ ରାଜ୍ୟ ସରକାର ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ନିଯୁକ୍ତ କରିଥିଲେ। ମାର୍ଚ୍ଚ ୨୦୧୮ରୁ ୨୦୧୯ ମେ ଯାଏ କମଳା ଯୋଜନା  ବୋର୍ଡର ସଦସ୍ୟା ଥିଲେ। ତେବେ ବୋର୍ଡରେ ତାଙ୍କର କାମ କଣ ଓ କେବେ ଯାଏ ସେ ବୋର୍ଡରେ ଥିଲେ, ସେକଥା ସରକାର କମଳାଙ୍କୁ ଜଣାଇନଥିଲେ। ଏପରିକି ମେ ୨୪ରୁ ସେ ଆଉ ସଦସ୍ୟ ନ ଥିଲେ ବି ସେକଥା ବି ଜାଣିନଥିଲେ କମଳା।

 

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like