ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ
କେଉଁଝର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥ ତୁଳସୀ ମୁଣ୍ଡା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ଖବର ନେଇ ରାଜ୍ୟପାଳ ଚିନ୍ତା ପ୍ରକଟ କରିଛନ୍ତି।
ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମାନ୍ୟବର ରାଜ୍ୟପାଳ ଚିନ୍ତା ପ୍ରକଟ କରିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ଯ କାମନା କରିଛନ୍ତି।
— Governor Odisha (@GovernorOdisha) February 17, 2021
ରାଜ୍ୟପାଳ ଗଣେଶୀ ଲାଲ ତୁଳସୀ ମୁଣ୍ଡାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) February 17, 2021
ସେହିପରି ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ଚିକ୍ତା ପ୍ରକଟ କରିଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛନ୍ତି।
ସୂଚନା ଅନୁସାରେ, କେଉଁଝର ର ସେରେଣ୍ଡା ସ୍ଥିତ ଆଦିବାସୀ ବିକାଶ ସମିତି(ବାସଭବନ)ରେ ଶୋଇଥିବା ବେଳେ ହଠାତ୍ ନିଶ୍ୱାସ ନେଲାବେଳେ କଷ୍ଟ ଅନୁଭବ କରିଥିଲେ। ତାଙ୍କୁ ଯୋଡା ସ୍ଥିତ ଟାଟା ମେଡିକାଲକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ଦେବା ପରେ ସଂଗେ ସଂଗେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।
ପଢନ୍ତୁ : ଗରିବଙ୍କ ପାଇଁ ଖୋଲିଛି କ୍ଲିନିକ୍; ଫି ମାତ୍ର ଗୋଟିଏ ଟଙ୍କା