ପଞ୍ଚାୟତ ଉପ-ନିର୍ବାଚନ ସ୍ଥଗିତ

ଭୁବନେଶ୍ୱର: କରୋନାକୁ ଆଦୌ ବ୍ୟାପିବାକୁ ନ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା ବେଳେ ଆଜି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ଉପ-ନିର୍ବାଚନକୁ ସ୍ଥଗିତ କରି ଦେଇଛନ୍ତି।

ମାର୍ଚ୍ଚ ୨୪ ତାରିଖରେ ଏହି ଉପନିର୍ବାଚନ ହୋଇଥା’ନ୍ତ। ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ ସଭ୍ୟ, ୬ ସରପଞ୍ଚ, ୮ ସମିତି ସଭ୍ୟ ଓ ୮୪ଟି ୱାର୍ଡ ସଭ୍ୟ ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହୋଇଥା’ନ୍ତା। ତେବେ ଏହି ଉପନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।

You might also like