ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ପାଟକୁରା: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ସରିବ। ଆଜି ପ୍ରଚାରର ଶେଷ ଦିନ ଥିବାରୁ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଜି ଜାନ୍ ଲଗାଇବେ।

ବିଜେଡିର ପୁରା ପଲ୍‌ଟନ୍‌ କିଛି ଦିନ ଧରି ପାଟକୁରାରେ ଡେରା ପକାଇଛନ୍ତି।  ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ୱାଲଙ୍କ ପାଇଁ ପ୍ରଚାର କରିଥିଲେ।

ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ପାଇଁ ଦଳର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ପ୍ରଚାର କରିଥିଲେ। ସେହିପରି କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତି ମଧ୍ୟ ଘରକୁ ଘର ବୁଲି ଭୋଟ୍‌ ମାଗୁଛନ୍ତି।  ୨୦ ତାରିଖରେ ପାଟକୁରା ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ।

You might also like