• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ପାଟକୁରା: ପାଟକୁରା ବିଧାନସଭା ଆସନ ଲାଗି ଆଜି ମତଦାନ ଚାଲିଛି। ତେବେ ଭୋଟ୍ ଗ୍ରହଣ ବେଳେ ଏକ ବୁଥ୍‌ରେ ଉତ୍ତେଜନା ପ୍ରକାଶ ପାଇଛି। କିଣିଲୋର ୩୦୭ ନମ୍ବର ବୁଥ୍‌ରେ ଚିର୍‌କୁଟିକୁ ନେଇ ଏଜେଣ୍ଟ ଓ ପ୍ରିଜାଇଡିଂ ଅଫିସରଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ରିପୋର୍ଟ ଲେଖାଯିବା ସୁଦ୍ଧା ମତଦାନ ବନ୍ଦ ରହିଥିବା ଜଣାପଡ଼ିଛି।

ପାଟକୁରା ବିଧାନସଭା ଆସନ ଲାଗି  ହୋଇଥିବା ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ୍‌ ହେବା ପରେ ଆଜି ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳାର ସହ ଭୋଟ୍ ଗ୍ରହଣ ଆରମ୍ଭ ହୋଇଥିଲା। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଛନ୍ତି।

ଅନ୍ୟପକ୍ଷରେ ସକାଳ ୯ଟା ସୁଦ୍ଧା ୧୨% ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ପାଟକୁରା ବିଧାନସଭା ଆସନ ଲାଗି ଆଜି ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି। ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ବିଜେପିର ବିଜୟ ମହାପାତ୍ର, ବିଜେଡିର ସାବିତ୍ରୀ ଅଗ୍ରଓ୍ୱାଲ ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କ ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି।

Patkura-election-voting-halted-a-booth-following-a-scuffle-between-polling-agent-presiding-officer-over-voter-slips-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories