ବରିଷ୍ଠ ବିଧାୟକ ବେଦ ପ୍ରକାଶ ଅଗ୍ରୱାଲ୍‌ଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଧାୟକ ବେଦ ପ୍ରକାଶ ଅଗ୍ରୱାଲ୍‌ଙ୍କ ପରଲୋକ। ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା।

ବେଦ ପ୍ରକାଶ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ସେ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ଟିକେଟ୍‌ରେ ୨୦୦୯ ଓ ୨୦୧୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ କେନ୍ଦ୍ରାପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥର ବି ବିଜେଡି ତାଙ୍କୁ ପାଟକୁରାରୁ ପ୍ରାର୍ଥୀ କରିଥିଲା। ଏପରିକି ନାମାଙ୍କନ ପତ୍ର ଦାଖଲ ବେଳେ ବି ସେ ଅସୁସ୍ଥ ଥିଲେ।

ତାଙ୍କର ମୃତ୍ୟୁକୁ ନେଇ ପାଟକୁରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ବେଦ ପ୍ରକାଶଙ୍କ ପରଲୋକରେ ବିଭିନ୍ନ ଦଳର ନେତାମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା,ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହଙ୍କ ସମେତ ବହୁ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି।

୧୯୩୭ ମସିହା ଜାନୁୟାରୀ ୧୬ରେ ବେଦ ପ୍ରକାଶ ଅଗ୍ରୱାଲ୍‌ ଜନ୍ମଗ୍ରହଣ କରିଥିଲେ। ଶିକ୍ଷା ସମାପ୍ତ ହେବା ପରେ ସେ ସକ୍ରିୟ ରାଜନୀତିରେ ଅଂଶ ଗ୍ରହଣ କରିଥିଲେ।

୧୯୭୪ରେ ସେ ଉତ୍କଳ କଂଗ୍ରେସ ଟିକେଟ୍‌ରେ କେନ୍ଦ୍ରାପଡ଼ାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ଏହି ଆସନରୁ ବିଧାନସଭାକୁ ଯାଇଥିଲେ। ୧୯୯୦ରେ ଜନତା ଦଳ ଟିକେଟ୍‌ରେ ଏହି ଆସନରୁ ତୃତୀୟ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦ ମସିହାରେ ସେ ବିଜେପି ଟିକେଟ୍‌ରେ ପୁଣିଥରେ ଏହି ଆସନରୁ ବିଜୟୀ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୪ରେ ବିଜୁ ଜନତା ଦଳ ଟିକେଟ୍‌ରେ ପାଟକୁରାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ବିଭିନ୍ନ ସମୟରେ ସେ ମନ୍ତ୍ରିମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଛନ୍ତି। ୧୯୯୧ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକଙ୍କ ସରକାରରେ ଅର୍ଥମନ୍ତ୍ରୀ ଦାୟିତ୍ୱ ନେଇଥିଲେ। ୨୦୦୦ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ନବୀନ ପଟ୍ଟନାୟକଙ୍କ ସରକାରରେ ମଧ୍ୟ ମନ୍ତ୍ରୀ ଥିଲେ।

ବିଭିନ୍ନ ସମୟରେ ବାଣିଜ୍ୟ, ପର୍ଯ୍ୟଟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଗ୍ରାମ୍ୟ ଉନ୍ନୟନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ କାମ  କରିଥିଲେ।

୧୯୫୭ ମସିହାରୁ ୧୯୭୦ ମସିହା ପର୍ଯ୍ୟନ୍ତ କେନ୍ଦ୍ରାପଡାର କାଉନସିଲର ରହିଥିଲେ। ୧୯୭୦ ମସିହାରୁ ୭୪ ମସିହା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ମ୍ୟୁନିସିପାଲଟିର ଅଧ୍ୟକ୍ଷ ରହିଥିଲେ।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like