୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

ରାଉରକେଲା: ଜୁଲାଇ ଆରମ୍ଭରୁ ଭୟଙ୍କର ରୂପ ନେଲାଣି କରୋନା।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ରାଉରକେଲାରେ ଜାରି କରାଯାଇଛି କଟକଣା ।  ୧୪ଟି ଜିଲ୍ଲାର ଲୋକଙ୍କ ପାଇ କଟକଣା ଜାରି କରାଯାଇଛି। ଏମାନେ ରାଉରକେଲା ଆସିଲେ ସରକାରୀ କ୍ୱାରେଣ୍ଟିନରେ ରହିବେ। ରାଉରକେଲା ପୌରା ପରିଷଦ ପକ୍ଷରୁ ଏପରି କଟକଣା ଜାରି କରାଯାଇଥିବା ଏଡିଏମ୍‌ ସୂଚନା ଦେଇଛନ୍ତି।

ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ଯାଜପୁର,  କେନ୍ଦୁଝର, ଗଜପତି, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାର ଲୋକଙ୍କ ପାଇଁ ଏହି କଟକଣା ଜାରି କରାଯାଇଛି। ଏହି ଜିଲ୍ଲାରୁ କେହି ରାଉରକେଲା ଆସୁଥିଲେ ୧୪ ଦିନ ସରକାରୀ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ ବୋଲି କୁହାଯାଇଛି।

ଏଡିଏମ୍‌ ଆହୁରି କହିଛନ୍ତି ଯେ, ଯଦି କୌଣସି ଲୋକ ହୋମ୍‌ କ୍ୱରେଣ୍ଟାଇନରେ ରହିବାକୁ ସୁବିଧା ଥିବ, ତାହାହେଲେ ସେମାନେ ସରକାରୀ  କ୍ୱାରେଣ୍ଟାଇନରେ  ନ ରହି ହୋମ କ୍ୱାରେଣ୍ଟାଇନରେ ରହିପାରିବେ।

ସୂଚନାଯୋଗ୍ୟ, ରାଜ୍ୟରେ ଆଜି୪୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚି ଯାଇଛି।  ସେହିପରି ଆଜି ଆଉ ୫ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୪ରେ ପହଞ୍ଚିଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like