ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା !

ସୁନ୍ଦରଗଡ଼: ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ। ଏଭଳି ଏକ ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡା ଥାନା ଅଁଳାବାହାଲ ଗାଁରେ। ଗତ ୧ ତାରିଖ ଶନିବାର ରାତିରେ ଏହି ଘଟଣା ଘଟିଛି। ସେହି ଗାଁର ଯୁବକ ସାକ୍ଷୀଗୋପାଳ ପୋଢ଼ ରାତିରେ ଖାଈ ସାରି ଗାଁର କ୍ଲବ ଘର ବାରଣ୍ଡାରେ ଶୋଇଥିଲେ।

କ୍ଲବ ଘର ସମ୍ମୁଖରେ ରହୁଥିବା କାନ୍ତ ବେଶନଙ୍କ ସହିତ ସାକ୍ଷୀଗୋପାଳଙ୍କର କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ରାଗି ଯାଇ ସାକ୍ଷୀଗୋପାଳ ଏକ ଇଟା ଖଣ୍ଡ ଫୋପାଡ଼ି କାନ୍ତ ବେଶନଙ୍କ ଘରେ ଛିଡା ହୋଇଥିବା କାରର କାଚ ଭାଙ୍ଗ ଦେଇଥିଲେ।

ଏଥିରେ କାନ୍ତ ବେଶନ, ତାଙ୍କ ସ୍ତ୍ରୀ ଏବଂ ଦୁଇ ପୁଅ ସହିତ ସାକ୍ଷୀଗୋପାଳକୁ ଧରି ଆଣି ନିଜ ଘର ଗେଟର ଗ୍ରୀଲ ରେ ବାନ୍ଧି ନିର୍ଧୁମ ମାଡ଼ ମାରିଥିଲେ ଯେଉଁଥିରେ ସାକ୍ଷୀଗୋପାଳ ଗୁରୁତର ଆହତ ହୋଇଥିଲେ। ସାକ୍ଷୀଗୋପାଳଙ୍କ ଘର ଲୋକେ ଆସି ଉଦ୍ଧାର କରି ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ, ତେବେ ସେଠାରେ ତାର ମୃତ୍ୟୁ ହୋଇଥିଲା।

ଏହି ଘଟଣାରେ କାନ୍ତ ବେଶନ ଏବଂ ତାଙ୍କ ସ୍ତ୍ରୀ ସାବିତ୍ରୀ, ଦୁଇ ପୁଅ ନକୁଳ ଓ ଗୋକୁଳକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ତେବେ ସାକ୍ଷୀଗୋପାଳଙ୍କୁ ମାଡ଼ ମରାଯାଉଥିବା ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like