ବୈଜୟନ୍ତଙ୍କ ହେଲିକପ୍ଟର୍‌ ସିଜ୍‌ ଘଟଣାରେ ବଢ଼ୁଛି ଜନ ଅସନ୍ତୋଷ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟର୍‌ ଓ ହ୍ୟାଙ୍ଗର୍‌ ସିଜ୍ ଘଟଣାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।  ଆଜି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍‌ର ସାତମାଇଲ ଛକଠାରେ ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଏକ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି।

ଏଥିରେ ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଇ ରାଜ୍ୟ ସରକାରଙ୍କ ବିରୋଧରେ ପ୍ରତିବାଦ କରିଥିଲେ। ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ଏହା ଏକ ଷଡ଼ଯନ୍ତ୍ର ବୋଲି ମତ ପ୍ରକାଶ ପାଇଥିଲା। ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।  ଏନେଇ ରାଜ୍ୟ ସରକାର କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

You might also like