• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଲକ୍‌ଡାଉନ୍‌ ହଟିବା ପରେ ଯୁକ୍ତ ୨ ପରୀକ୍ଷାର ବାକି ଥିବା ବିଷୟ ପରୀକ୍ଷା କରିବାକୁ ଗଣଶିକ୍ଷା ବିଭାଗ ପ୍ରସ୍ତୁତ ଅଛି। ତେବେ ଏନେଇ ସରକାରଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ଲକ୍‌ଡାଉନ୍‌ ଯୋଗୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କର ପରୀକ୍ଷା ଅଧାରୁ ସ୍ଥଗିତ ରହିଥିଲା। ତେବେ ଲକ୍‌ଡାଉନ୍‌ ହଟିବା ପରେ ସରକାରଙ୍କ ନିର୍ଦ୍ଦେଶ ମିଳିଲେ ବାକି ଥିବା ବିଷୟର ପରୀକ୍ଷା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଲକ୍‌ଡାଉନ୍‌ ହଟିବା ପରେ ସିବିଏସ୍ଇ ପରୀକ୍ଷା କରିବାକୁ କେନ୍ଦ୍ର ସରକାର ଚିନ୍ତା କରୁଥିବା ବେଳେ ରାଜ୍ୟ ସରକାର ମଧ୍ୟ ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରସ୍ତୁତ ଅଛନ୍ତି। ସାମାଜିକ ଦୂରତା ବଜାୟ ରଖି ପରୀକ୍ଷା କରାଯିବ। କିଛି କଲେଜରେ କ୍ୱାରେଣ୍ଟିନ୍ ସେଣ୍ଟର ହୋଇଥିବା ବେଳେ ଏହାକୁ ଭିତ୍ତି କରି ପରୀକ୍ଷା କେନ୍ଦ୍ର ଚୟନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Plus-two-examination-in-odisha-3
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories