୧୨ରେ ବାହାରିବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୧୨ରେ ପ୍ରକାଶ ପାଇବ +2 ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨.୩୦ରେ CHSE ଅଫିସରେ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେହିପରି ତୃତୀୟ ସପ୍ତାହରେ +୨ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ। ଅଗଷ୍ଟ ଶେଷ ସପ୍ତାହରେ  +୨ କଳା ରେଜଲ୍ଟ ପ୍ରକାଶ ପାଇବ।

ଚଳିତ ବର୍ଷ +2ରେ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ। କରୋନା ମହାମାରୀ ଯୋଗୁଁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା।

ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ ପ୍ରକାଶ ପାଇବ ବୋଲି  ଆଗରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ।

ତେବେ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଲେ- ସେପ୍ଟେମ୍ୱର ୧୪ରୁ ୨୨ ଯାଏଁ ହେବ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ସେପ୍ଟେମ୍ୱର ୧୪ରୁ ୨୪ ଯାଏଁ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ।

You might also like