ତାଳଚେର ସାର କାରଖାନାର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ରାଜ୍ୟ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମେୟର ଅନନ୍ତ ନାରାୟଣ ଜେନା, ମୁଖ୍ୟ ଶାସନ ସଚିବ ଆଦିତ୍ୟପ୍ରସାଦ ପାଢ଼ୀଙ୍କ ସମେତ ବହୁ ବରିଷ୍ଠ ବିଜେପି ନେତା ତାଙ୍କୁ ସ୍ୱାଗତ କରିଥିଲେ।

ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରୁ ସିଧାସଳଖ ତାଳଚେର ଅଭିମୁଖେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ସେଠାରେ ତାଳଚେର ସାର କାରଖାନାର ଶିଳାନ୍ୟାସ କରିବା ସହ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ ପ୍ରଧାନମନ୍ତ୍ରୀ।

ଏହା ପରେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ଯାଇ ଝାରସୁଗୁଡ଼ା ବିମାନ ବନ୍ଦରକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ସେଠାରୁ ଉଡ଼ାନ୍‌ ସେବାର ଶୁଭାରମ୍ଭ ମଧ୍ୟ କରିବେ।

ଏଥିସହ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଗସ୍ତ ଅବସରରେ ଗର୍ଜନବାହାଲ୍‌ କୋଇଲା ଖଣି, ଝାରସୁଗୁଡ଼ା-ବଡ଼ପାଲି-ସେରଡ଼େଗା ରେଳ ଲାଇନ୍ ସହ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

You might also like