ଆକାଶମାର୍ଗରୁ ପ୍ରଧାନମନ୍ତ୍ରୀଙ୍କ ‘ଫୋନି’ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବାତ୍ୟା ‘ଫୋନି’ ଦ୍ୱାରା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ବାହାରିଥିଲେ।

‘ଫୋନି’ ଘଟାଇଥିବା କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ମୋଦି ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଡିଜିପି ଆର୍.ପି. ଶର୍ମା ମଧ୍ୟ ଉପସ୍ଥିତ ଥିଲେ। ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି  ରାଜ୍ୟ ସରକାରଙ୍କ ସହ ଫୋନି କ୍ଷୟକ୍ଷତି ନେଇ ମଧ୍ୟ ସମୀକ୍ଷା କରିବେ।

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ନେତା ଦାମୋଦର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

ତେବେ ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଏକ ଟ୍ୱିଟ୍‌ କରିଥିଲେ। କେନ୍ଦ୍ର ସରକାର ରିଲିଫ ଏବଂ ଥଇଥାନ କ୍ଷେତ୍ରରେ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ ବୋଲି ଟ୍ୱିଟ୍‌ କରି କହିଥିଲେ।

You might also like