• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ଓଡ଼ିଶାରେ ବାତ୍ୟା ‘ଅମ୍ପନ୍’‌‌ ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ। ଏଥିସହ ରାଜ୍ୟ ସରକାରଙ୍କ ସହ ମଧ୍ୟ ରିଲିଫ ଓ ବିପନ୍ନଙ୍କ ଥଇଥାନ ନେଇ ସମୀକ୍ଷା ବୈଠକ ମଧ୍ୟ କରିବେ। ଏହି ଗସ୍ତ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍‌ କରାଯାଇଛି।

ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳର ସ୍ଥିତି ଅନୁଧ୍ୟାନ ବେଳେ ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ଆଜି ଦିନ ୧ଟା ୪୫ରେ କୋଲକାତା ଏୟାରପୋର୍ଟରୁ ବାହାରି ଭୁବନେଶ୍ୱର ଏୟାରପୋର୍ଟରେ ୨ଟା ୫୦ରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଏୟାରପୋର୍ଟରୁ ହେଲିକପ୍ଟର ଯୋଗେ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନରେ ଯିବେ। ଏହାପରେ ଅପରାହ୍ଣ ପାଖାପାଖି ୫ଟାରେ ଭୁବନେଶ୍ୱର ଫେରି ୫ଟାରୁ ୬ଟା ପର୍ଯ୍ୟନ୍ତ ସମୀକ୍ଷା ବୈଠକ କରିବେ। ସନ୍ଧ୍ୟା ୬ଟା ୧୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ଗତ ରାତିରେ ଭୁବନେଶ୍ୱର ଏୟାରପୋର୍ଟରେ ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ୍(ଏସ୍‌ପିଜି) ପକ୍ଷରୁ ସ୍ଥିତିର ଅନୁଧ୍ୟାନ କରାଯାଇଛି। ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ ମହାନ୍ତି, ଏଡିଜି(ହେଡକ୍ୱାର୍ଟର୍ସ) ସୌମେଦ୍ର ପ୍ରିୟଦର୍ଶୀ, ପୁଲିସ୍‌ କମିଶନର ଏବଂ ଡିସିପି ପ୍ରମୁଖ ଗତକାଲି ଭୁବନେଶ୍ୱର ବିମାନବନ୍ଦର ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ।

Pm-modi-to-arrive-at-bhubaneswar-airport-at-2-50-pm-today
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories